୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍‌ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ ।
ସୂଚନାନୁଯାୟୀ, ଧଳା ଜହର କାରବାର ଭଦ୍ରକ ଜିଲାରେ ବ୍ୟାପକ ମାତ୍ରା ଚାଲିଛି । ଏହାକୁ ନଜରରେ ରଖି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ ସମ୍ପୂର୍ଣ୍ଣ ବ୍ରାଉନ ସୁଗାର ବେପାରୀଙ୍କ ଉପରେ ନଜର ରଖିଥିଲା। ଫଳରେ ଆଜି ଧରିବାରେ ସଫଳ ହୋଇଛି। ଦୁଇ ଅଭିଯୁକ୍ତ ଏକ ବାଇକ୍‌ ଯୋଗେ ବ୍ରାଉନ ସୁଗାର ନେଇ ଯାଉଥିବା ବେଳେ ଚରମ୍ପା ଓଭର ବ୍ରିଜ୍‌ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ଧରି ସେମାନଙ୍କ ନିକଟରୁ ୮୧ ଗ୍ରାମ ବ୍ରାଉନ୍‌ ସୁଗାର ସହ ବାଇକ ଜବତ କରିଛି। ଜବତ ହୋଇଥିବା ବ୍ରାଉନ ସୁଗାର ଆନୁମାନିକ ମୂଲ୍ୟ ୮ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛି । ଗିରଫ ଦୁଇ ଜଣ ଦୋଳସାହି ଅଞ୍ଚଳର ବୋଲି ଜଣାପଡ଼ିଛି । ଏହି ଦୁଇଜଣ ଜଳେଶ୍ୱରରୁ ବ୍ରାଉନସୁଗାର ଆଣି ଭଦ୍ରକ ଓ ଯାଜପୁର ଜିଲାରେ ବ୍ୟବସାୟ କରୁଥିଲେ। ଲକ୍‌ଡାଉନ୍‌ ବେଳେ ମଦ ଦୋକାନ ବନ୍ଦ ଥିବାରୁ ଏମାନେ ଅଧିକ ସକ୍ରିୟ ହୋଇଥିଲେ ବୋଲି କେନ୍ଦ୍ରାଞ୍ଚଳ ଗୋଇନ୍ଦା ଅବକାରୀ ନିରୀକ୍ଷକ ଜଗଦୀଶ ଚନ୍ଦ୍ର ସାମଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri