୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜେନେଭା, ୧୮।୬: ଭାରତ ୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଏନେଇ ହୋଇଥିବା ଭୋଟିଂରେ ୧୯୩ ସଦସ୍ୟ ରାଷ୍ଟ୍ର ଅଂଶଗ୍ରହଣ କରିଥିଲେ। ଭାରତ ସପକ୍ଷରେ ୧୮୪ ଦେଶ ନିଜର ସମର୍ଥନ ଦେଇଥିଲେ। ଆମେରିକା ଏନେଇ ଭାରତକୁ ସ୍ବାଗତ କରିଛି। ଭାରତ ସହିତ ମିଶି ପୃଥିବୀରେ ସୁରକ୍ଷା ଏବଂ ଶାନ୍ତି କ୍ଷେତ୍ରରେ କାର୍ଯ୍ୟ କରିବ ବୋଲି ଆମେରିକା କହିଛି। ଭାରତ ଦୁଇ ବର୍ଷ ପାଇଁ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଭାରତର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୧ରୁ ଆରମ୍ଭ ହେବ। ଏହା ପୂର୍ବରୁ ଭାରତ ୧୯୫୦-୫୧, ୧୯୬୭-୬୮, ୧୯୭୨-୭୩, ୧୯୭୭-୭୮, ୧୯୮୪-୮୫, ୧୯୯୧-୯୨ ଏବଂ ୨୦୧୧-୧୨ରେ ସୁରକ୍ଷା ପରିଷଦ ଅସ୍ଥାୟୀ ସଦସ୍ୟ ଭାବେ କାର୍ଯ୍ୟ କରି ସାରିଛି। ଭାରତ ସହିତ ଅୟାରଲାଣ୍ଡ, ମେକ୍ସିକୋ ଏବଂ ନରଓ୍ବେ ମଧ୍ୟ ଅସ୍ଥାୟୀ ସଦସ୍ୟ ଭାବେ ନିର୍ବିାଚିତ ହୋଇଛନ୍ତି। ସୂଚନାଯୋଗ୍ୟ,ଜାତିସଂଘ ସୁରକ୍ଷା ପରିଷଦରେ ୧୫ ସଦସ୍ୟ ରାଷ୍ଟ୍ର ମଧ୍ୟରେ ୫ ସ୍ଥାୟୀ ଥିବାବେଳେ ୧୦ ଅସ୍ଥାୟୀ ସଦସ୍ୟ ଭାବେ କାର୍ଯ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri