୮ରୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଏଥର ‘ଫୋକସ୍‌ ଏମ୍‌ଏସ୍‌ଏମ୍‌ଇ-୨୦୨୦’

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର-୨୦୨୦ ଜାନୁୟାରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ମେଳାର ଥିମ୍‌ ଚଳିତବର୍ଷ ‘ଫୋକସ୍‌ ଏମ୍‌ଏସ୍‌ଏମ୍‌ଇ ୨୦୨୦’ ରହିବ। ଶିଳ୍ପ ନିର୍ଦ୍ଦେଶାଳୟ, ରପ୍ତାନୀ, ପ୍ରସାର ଓ ବିପଣନ ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ (ଓଏସ୍‌ଆଇସି) ମେଳା ଆୟୋଜନରେ ସହଯୋଗ କରିବେ। ୮ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଳାକୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉଦ୍‌ଘାଟନ କରିବେ ବୋଲି ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି।
ଏହି ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କ୍ରେତା-ବିକ୍ରେତା ସମ୍ମିଳନୀ, ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ, ଷ୍ଟାର୍ଟଅପ୍‌, ଇନୋଭେଶନ, ବିଶ୍ୱ ବାଣିଜ୍ୟ କେନ୍ଦ୍ର ମାଧ୍ୟମରେ ମହିଳା ଉଦ୍ୟୋଗୀଙ୍କ ପାଇଁ ନୂଆ ବଜାର ସୁଯୋଗ, ସେକ୍ଟରାଲ ସେମିନାର, ଇରାନ୍‌ ଓ ବାଲାଂଦେଶରୁ ଆସିବାକୁ ଥିବା ପ୍ରତିନିଧିଙ୍କ ସହ ବିଜନେସ୍‌ ନେଟ୍‌ଓ୍ବାର୍କିଂ ଉପରେ ଗୁରୁତ୍ୱ ଦିଆଯିବ। ଏହି ଅବସରରେ ରାଜ୍ୟର ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ନିଜର ଉତ୍ପାଦ ପ୍ରଦର୍ଶନ କରିବା ସହ ରାଜ୍ୟ ଏବଂ ରାଜ୍ୟ ବାହାରୁ ଆସିବାକୁ ଥିବା ପ୍ରତିନିଧି ଓ କ୍ରେତାମାନଙ୍କ ସହ ବିଟୁବି, ବିଟୁସି ଓ ବିଟୁଜି ବୈଠକରେ ରହିଥିବା ବ୍ୟବସାୟ ସୁଯୋଗ ସମ୍ପର୍କରେ ଆଲୋଚନା କରିପାରିବେ। ୫ ଦିନିଆ ଏହି ବାଣିଜ୍ୟ ମେଳାରେ ବିଭିନ୍ନ ପ୍ରକାର କର୍ମଶାଳା ସହ ଭିନ୍ନ ଭିନ୍ନ ବିଷୟବସ୍ତୁ ଉପରେ ସେମିନାର୍‌ ଆୟୋଜନ କରାଯିବ। ସେହିଭଳି ପ୍ରତି ସନ୍ଧ୍ୟାରେ ମେଳା ମଞ୍ଚରେ ଓଡ଼ିଶାର ଖ୍ୟାତନାମା କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ୧୫ ଷ୍ଟଲ୍‌କୁ ନେଇ ହେବାକୁ ଥିବା ଫୁଡ୍‌କୋର୍ଟରେ ଦର୍ଶକମାନେ ଓଡ଼ିଶା ସହ ବିଭିନ୍ନ ରାଜ୍ୟର ସୁସ୍ବାଦୁ ଖାଦ୍ୟ ଖାଇପାରିବେ। ଚଳିତବର୍ଷ ଏହି ମେଳାକୁ ପ୍ରାୟ ୩ ଲକ୍ଷ ଲୋକ ଆସିବେ ବୋଲି ବିଭାଗ ଆକଳନ କରିଛି। ମୋଟ ୪ ବିଭାଗରେ ୭୦ ଲେଖାଁଏ ମୋଟ ୨୮୦ ଷ୍ଟଲ୍‌ ଖୋଲିବ, ଯେଉଁଥିରେ ରାଜ୍ୟର ଏମ୍‌ଏସ୍‌ଏମ୍‌ଇ ଉତ୍ପାଦଗୁଡ଼ିକୁ ପ୍ରଦର୍ଶନ କରାଯିବ। ଏହାବ୍ୟତୀତ ୩୨ ଷ୍ଟଲ୍‌ରେ ଆଗାମୀ ପିଢ଼ିର ଉଦ୍ୟୋଗୀମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଟେକ୍ନୋଲୋଜି ଡେମୋନଷ୍ଟ୍ରେଶନ କରାଯିବ। ଏହି ମେଳା ଅଣ-ଶିଳ୍ପ ରାଜ୍ୟଗୁଡ଼ିକରୁ ଆସିଥିବା ଉଦ୍ୟୋଗୀମାନଙ୍କୁ ନିଜ ଉତ୍ପାଦକୁ ଅନ୍ତର୍ଜାତୀୟସ୍ତରୀୟ ଦର୍ଶକଙ୍କ ଆଗରେ ପ୍ରଦର୍ଶନ କରିବାକୁ ପ୍ଲାଟଫର୍ମ ପ୍ରଦାନ କରିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ସଂସ୍ଥାଗୁଡ଼ିକୁ ୨୮ ଷ୍ଟଲ୍‌ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri