୮୩ ୟୁନିଟ୍‌ ରକ୍ତ ସଂଗୃହୀତ

ଆନନ୍ଦପୁର,୧୭। ୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀର ରାମଚନ୍ଦ୍ରପୁର ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। କୋଭିଡ-୧୯ ପାଇଁ ଦେଶରେ ଲକ୍‌ ଡାଉନ ପରିସ୍ଥିତି ବଳବତ୍ତର ରହିଥିବାରୁ ସାମାଜିକ ଦୂରତାକୁ ଲକ୍ଷ୍ୟ ରଖାଯାଇ ଏହି କାର୍ଯ୍ୟକ୍ରମ ସୁପରିଚାଳନା କରାଯାଇଥିଲା। ବିଧାୟକ ପାତ୍ର ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ପୂର୍ବକ ଧୂପ ଦୀପ ପ୍ରଦାନ କରି ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ରକ୍ତଦାନ ଶିବିରରେ ଘସିପୁରା ବିଡିଓ ଅସିତ୍‌ କୁମାର ମହାନ୍ତି ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ରାମଚନ୍ଦ୍ରପୁର ଥାନା ପୋଲିସ ଉପସ୍ଥିତ ରହି ସାମାଜିକ ଦୂରତା, ଉପସ୍ଥିତ ରକ୍ତଦାତାମାନଙ୍କ ମାସ୍କ ବ୍ୟବହାର ଉପରେ ଦୃଷ୍ଟି ଦେଇଥିଲେ। ଘସିପୁରା ବିଜେଡି ସଭାପତି ମନ୍ମଥ ରାଉତଙ୍କ ସଂଯୋଜନାରେ ଆୟୋଜିତ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ଜିଲା ପରିଷଦ ଉପାଧ୍ୟକ୍ଷ ଅକ୍ଷୟ କୁମାର ସାହୁ, ଦଳୀୟ କର୍ମୀ ପ୍ରଦୀପ କୁମାର ସାହୁ, ମଦନ ମୋହନ ସାହୁ, ସନ୍ତୋଷ କୁମାର ଜେନା, କାଳନ୍ଦୀ ଚରଣ ସାହୁ ପ୍ରମୁଖଙ୍କ ସହିତ ଦଳୀୟ କର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ୮୩ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri