୮୩୮୦ ବୋତଲ କଫ ସିରପ୍‌ ଜବତ, ୩ ଗିରଫ

ବରଗଡ଼,୨୭।୮(ପ୍ରେମାନନ୍ଦ ଖମାରୀ) ବରଗଡ଼ ପୋଲିସ କଟକର ଏକ ଗୋଦାମରେ ଚଢ଼ାଉ କରି ୮୩୮୦ ବୋତଲ କଫ ସିରପ୍‌ ଜବତ କରିଛି। ଏହାସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ଥାନା ଚାରବାଟିଆର ସିଦ୍ଧାର୍ଥ କୁମାର ନାୟକ(୩୫), ମାଲଗୋଦାମ ଥାନା କଲେଜ ସ୍କୋୟାର ବାସିନ୍ଦା ପୂର୍ଣ୍ଣଚନ୍ଦ୍ର ବେହେରା(୪୪) ଏବଂ ବରଗଡ଼ ଟାଉନ ଥାନା ଗଙ୍ଗାଧର ନଗର ବାସିନ୍ଦା ଲକ୍ଷ୍ମୀଧର ମେହେର(୩୦)। ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଏକ ମାମଲା (ନଂ.୫୨୮।୨୩) ରୁଜୁ ହୋଇଛି । ଗତ ୨୨ତାରିଖରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବରଗଡ଼ ପୋଲିସ ୭,୮୦୦ବୋତଲ କଫ୍‌ ସିରଫ ଜବତ କରିବା ସହ ୬୦ ଜଣଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ବୟାନକୁ ଆଧାର କରି କଟକରେ ଏହି ଚଢ଼ାଉ କରାଯାଇଥିଲା ା ତେବେ ଏଠାରୁ ଗିରଫ ୩ ଅଭିଯୁକ୍ତଙ୍କୁ ଜେରାବେଳେ ଦିଲ୍ଲୀରେ ଥିବା ମାକ୍ସ ଫାର୍ମାସିଉଟିକାଲ ପ୍ରାଇଭେଟ୍‌ ଲିମିଟେଡ୍‌ରୁ କଟକର ଗୋଦାମକୁ ତାହା ଆସିଥିବା ଜଣାପଡ଼ିଥିଲା। ମାକ୍ସ ଫାର୍ମାସିଉଟିକାଲ ପ୍ରାଇଭେଟ୍‌ ଲିମିଟେଡ୍‌, ଦିଲ୍ଲୀ ଆକାଉଣ୍ଟରେ ରହିଥିବା ୩୨ଲକ୍ଷ ୯୨ହଜାର ୫୮୨ଟଙ୍କାକୁ ଫ୍ରିଜ୍‌ କରାଯାଇଥିବା ଏସ୍‌ପି ପି.ଏସ୍‌. ମୀନା ସୂଚନା ଦେଇଛନ୍ତି। ସେହିପରି ଜବତ ହୋଇଥିବା କଫ ସିରପ୍‌ର ବ୍ୟାଚ୍‌ ନମ୍ବରକୁ ଯାଞ୍ଚ କରାଯିବାରୁ ତାହା ହିମାଚଳ ପ୍ରଦେଶର ଏକ କମ୍ପାନୀରୁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି ଏବଂ ଏ ନେଇ ଅଧିକ ଖୋଳତାଡ଼ ଚାଲିଛି ବୋଲି ଏସ୍‌ପି ମୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri