୮୫ ପରୀକ୍ଷା କେନ୍ଦ୍ର, ୮ ନୋଡାଲ ସେଣ୍ଟର

ଅନୁଗୋଳ ଅଫିସ, ୧୯।୧ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହେବ। ଏ ନେଇ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ବେଳେ ଅନୁଗୋଳ ଜିଲା ଶିକ୍ଷା ବିଭାଗ ମଧ୍ୟ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତବର୍ଷ ଜିଲାରେ ମୋଟ୍‌ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ ୮୫ଟି କେନ୍ଦ୍ରରେ ପରୀକ୍ଷା ଦେବେ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।
ଚଳିତ ବର୍ଷ ଜିଲାର ୨୬୨ଟି ଉଚ୍ଚ ବିଦ୍ୟାଳୟର ୧୬ ହଜାର ୩୩୨ ଜଣ ରେଗୁଲାର ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ସେହିପରି ୨୮୯ ଜଣ ଏକ୍ସ-ରେଗୁଲାର ଓ ୨୫୪ ପତ୍ରବିନିମୟ ଛାତ୍ରୀଛାତ୍ର ପ୍ରଥମ ସିଟିଂରେ ପରୀକ୍ଷା ଦେବେ। ୬୧୧ ଜଣ ଷ୍ଟେଟ୍‌ ଓପନ୍‌ ସ୍କୁଲର ଛାତ୍ରୀଛାତ୍ର ଓ ୬ ଜଣ ମଧ୍ୟମା ଛାତ୍ରୀଛାତ୍ର ଦ୍ୱିତୀୟ ସିଟିଂରେ ପରୀକ୍ଷା ଦେବେ ବୋଲି ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ୬୧୧ ଜଣ ଷ୍ଟେଟ ଓପନ୍‌ ସ୍କୁଲର ଛାତ୍ରୀଛାତ୍ରଙ୍କ ପାଇଁ ଅନୁଗୋଳ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ କୁଲାଡ଼, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବିଜିଗୋଳ ଓ ଫପଣ୍ଡ ଉଚ୍ଚ ବିଦ୍ୟାଳୟ ପାଲଲହଡ଼ାରେ ସେଣ୍ଟର ଖୋଲାଯିବ। ପ୍ରଥମ ସିଟିଂ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ପାଇଁ ୮୫ଟି ସେଣ୍ଟର ମଧ୍ୟରୁ ଅନୁଗୋଳ ବ୍ଲକରେ ୧୬, ତାଳଚେରରେ ୮, ବଅଁରପାଳରେ ୮, ଆଠମଲ୍ଲିକରେ ୧୦, କିଶୋରନଗରରେ ୯, ଛେଣ୍ଡିପଦାରେ ୧୨, କଣିହଁା ୧୨ ଓ ପାଲଲହଡ଼ା ବ୍ଲକରେ ୧୦ଟି ସେଣ୍ଟର ରହିଛି। ପରୀକ୍ଷାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଶେଷକରି ପ୍ରଶ୍ନପତ୍ର ସୁରକ୍ଷିତ ଭାବେ ରଖିବା ପାଇଁ ୮ଟି ଯାକ ବ୍ଲକ ହେଡକ୍ବାର୍ଟର ହାଇସ୍କୁଲକୁ ନୋଡାଲ ସେଣ୍ଟର କରାଯାଇଛି। ପରୀକ୍ଷା ଦିନ ସକାଳେ ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରକୁ ପଠାଯିବ। ପରୀକ୍ଷା ପରିଚାଳନା କରିବାକୁ ୮୫ ଜଣ ସୁପରିଣ୍ଟେଣ୍ଡେଣ୍ଟ ଓ ୯୫ ଜଣ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ସମେତ ମୋଟ୍‌ ୧୦୬୦ ପରୀକ୍ଷକ ନିୟୋଜିତ ହେବେ। ଜିଲାର ଅତିସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ଆଦ ନ ଥିବା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ୨୫ଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯିବା ବ୍ୟବସ୍ଥା କରାଯାଇଥିବା ବୋର୍ଡକୁ ଅବଗତ କରାଯାଇଛି। ସେଥିରୁ ଅନୁଗୋଳର ୨ଟି, ଆଠମଲ୍ଲିକର ୪ଟି, ବଅଁରପାଳର ଗୋଟିଏ, ଛେଣ୍ଡିପଦାର ୩, କଣିହଁାରେ ୮, କିଶୋରନଗରର ୩ ଓ ପାଲଲହଡ଼ା ବ୍ଲକର ୪ଟି କେନ୍ଦ୍ର ଥିବା ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri