Posted inଫୁରସତ

୮୭ ବର୍ଷୀୟ କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଖାଇଲେ ସୂର୍ଯ୍ୟାସ୍ତ ଦୃଶ୍ୟ, ଫଟୋ ଭାଇରାଲ

ବେଜିଂ,୮ା୩: ଚାଇନାର ଉହାନ ସହର କରୋନା ଭାଇରସ୍‌ରେ ଅଧିକ ପ୍ରଭାବିତ। ପ୍ରାୟ ୮୦ ହଜାର ଲୋକ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଉହାନ୍‌ ୟୁନି ହସ୍ପିଟାଲରେ ଏକ ଦୃଶ୍ୟ ଏବେ ସମସ୍ତଙ୍କ ହୃଦୟକୁ ଛୁଇଁଯାଇଛି। ଏହି ଦୃଶ୍ୟଟି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଫଟୋରେ ଜଣେ ଡାକ୍ତର ୮୭ ବର୍ଷୀୟ କରୋନା ଭାଇରସ୍‌ରେ ପୀଡ଼ିତ ଜଣେ ରୋଗୀଙ୍କୁ ହସ୍ପିଟାଲ ବାହାରେ ଶନିବାର ସୂର୍ଯ୍ୟାସ୍ତ ଦେଖାଉଛନ୍ତି। ସୋସିଆଲ ମିଡିଆରେ ଏହି ଫଟୋ ଭାଇରାଲ ହେବା ପରେ ୟୁଜର୍ସ ଭିନ୍ନ ଭିନ୍ନ କମେଣ୍ଟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ହୃଦୟକୁ ଛୁଇଁଗଲା ପରି ଦୃଶ୍ୟ। ସେହିପରି ଆଉ ଜଣେ ଲେଖିଛନ୍ତି ‘ଆଶା କରୁଛି ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ’। କିନ୍ତୁ ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିନାହିଁ ପୀଡ଼ିତ ଜଣକ ମହିଳା କିମ୍ବା ପୁରୁଷ ବୋଲି। ଏହି ଫଟୋଟିକୁ ଜଣେ ୟୁଜର @chenchenzh ପ୍ରଥମେ ଶେୟାର କରିଥିଲେ।

ଉହାନର ଡାକ୍ତରଖାନା କର୍ମଚାରୀମାନେ କରୋନା ଭାଇରସ୍‌ ପ୍ରଭାବିତ ରୋଗୀଙ୍କୁ ସକାରାତ୍ମକ ଏବଂ ଖୁସି ରଖିବା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। ଡାକ୍ତରଖାନା ଏବଂ ଅସ୍ଥାୟୀ ଡାକ୍ତରଖାନାରେ ନୃତ୍ୟ ଏବଂ ବ୍ୟାୟାମ କ୍ଲାସ ଚାଲିଛି। ପୂର୍ବରୁ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ଲାକେ ବେଶ୍‌ ପ୍ରଶଂସା ମଧ୍ୟ କରିଥିଲେ।
ସୂଚନାଯୋଗ୍ୟ, କରୋନା ଭାଇରସ୍‌ରେ ୩୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୧ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସୂଚନା ଅନୁଯାୟୀ, କରୋନା ଭାଇରସ୍‌ ୯୦ଟି ଦେଶରେ ବ୍ୟାପିଛି। ମୋଟ୍‌ ମୃତ୍ୟୁସଂଖ୍ୟା ୩୪୮୬ରେ ପହଞ୍ଚିଥିବା ବେଳେ କେବଳ ଚାଇନାରେ ୩୦୭୩ ଜଣଙ୍କ ମୃତ୍ୟୁ ଘଟିସାରିଛି। ବାକି ଦେଶରେ ୪୧୩।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri