୮୮,୨୯୩ ଚାଷୀ ବିକିଲେଣି ୫୯,୮୦,୮୫୫ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ଖରିଫ ଧାନ ସଂଗ୍ରହ କାର୍ଯ୍ୟକ୍ରମରେ ବୁଧବାର ସୁଦ୍ଧା ୮୮,୨୯୩ ଚାଷୀଙ୍କଠାରୁ ୫୯,୮୦,୮୫୫ କୁଇଣ୍ଟାଲ ଧାନ କିଣାଯାଇଛି। ଗତବର୍ଷ ତୁଳନାରେ ଏହି ଧାନ ସଂଗ୍ରହ ୩୯ ପ୍ରତିଶତ ଅଧିକ ରହିଛି। ବର୍ତ୍ତମାନ ସୁଦ୍ଧା ୧୯ ଜିଲାର ୨,୧୫,୮୫୫ ଜଣ ଚାଷୀଙ୍କୁ ୨,୭୮,୨୮୯ ଟୋକନ ପ୍ରଦାନ କରାଯାଇଛି। ଧାନ ସଂଗ୍ରହ କାର୍ଯ୍ୟକ୍ରମରେ ବରଗଡ଼ର ୩୭,୦୮୮ଜଣ ଚାଷୀ ମୋଟ ୨୪,୮୯,୨୧୩ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। ସେହିପରି ବଲାଙ୍ଗୀରର ୬,୩୩୧ ଚାଷୀ ୪,୫୦,୮୯୮ କୁଇଣ୍ଟାଲ, କଳାହାଣ୍ଡିର ୧୧,୬୧୪ ଚାଷୀ ୮,୦୬,୫୪୩, କୋରାପୁଟର ୩,୪୭୮ ଚାଷୀ ୨,୫୮,୭୯୯ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। ସେହିପରି ମାଲକାନଗିରିର ୭,୦୪୫ ଚାଷୀ ୨,୭୭,୮୯୯, ନବରଙ୍ଗପୁରର ୨,୨୯୯ ଚାଷୀ ୧,୬୬,୭୩୫, ନୂଆପଡ଼ାର ୪,୪୦୬ ଚାଷୀ ୨,୦୬,୬୦୭ କୁଇଣ୍ଟାଲ, ସମ୍ବଲପୁରର ୭,୪୩୩ ଚାଷୀ ୬,୩୮,୪୧୩ କୁଇଣ୍ଟାଲ ଏବଂ ସୁବର୍ଣ୍ଣପୁରର ୬,୬୬୭ ଚାଷୀ ୫,୫୪,୭୮୭ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। ସେହିପରି ବିଭାଗୀୟ ଅଧିକାରୀମାନେ ଧାନସଂଗ୍ରହ କେନ୍ଦ୍ରରେ ଧାନ ସଂଗ୍ରହ କାର୍ଯ୍ୟର ବ୍ୟବସ୍ଥାଗତ ସୁବିଧା, ଆଗୁଆ ଟୋକନ ପ୍ରଦାନ ଏବଂ ଧାନ ବିକ୍ରି ବାବଦ ଅର୍ଥ ବ୍ୟାଙ୍କ ଆକାଉଣ୍ଟରେ ପ୍ରଦାନ ଆଦି ବିଷୟରେ ଚାଷୀମାନଙ୍କୁ ପଚାରି ବୁଝୁଛନ୍ତି। ଚଳିତ ଡିସେମ୍ବର ୧ରୁ ୧୦ ମଧ୍ୟରେ କଲ୍‌ସେଣ୍ଟର ଯୋଗେ ୪,୯୯୬ ଚାଷୀଙ୍କୁ ମୋବାଇଲ୍‌ ଯୋଗେ ଅଧିକାରୀମାନେ କଥା ହୋଇଛନ୍ତି। ତନ୍ମଧ୍ୟରୁ ୪,୯୦୨ ଚାଷୀ ଆଗୁଆ ଟୋକନ ପାଇଥିବା ଓ ୪୫୯୩ ଜଣ ଧାନ ବିକ୍ରି ଅର୍ଥ ବ୍ୟାଙ୍କ ଆକାଉଣ୍ଟ ଜରିଆରେ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri