ନୂଆଦିଲ୍ଲୀ,୧୧-୬: କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଇନ୍ଫ୍ରାଷ୍ଟ୍ରକ୍ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍(ଆଇଏଲ୍ଆଣ୍ଡଏଫ୍ଏସ୍)ର ନୂଆ ବୋର୍ଡ ଦେଶର ୯ ବଡ଼ ବ୍ୟାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଦାଏର କରିବାକୁ ଯାଉଛି। ସେମାନେ ବୋର୍ଡର ବିନାନୁମତିରେ କମ୍ପାନୀ ଆକାଉଣ୍ଟରୁ ପ୍ରାୟ ୮୦୦ କୋଟି ଟଙ୍କା ଉଠାଇ ନେଇଛନ୍ତି। କମ୍ପାନୀ ଉପରେ ଏବେ ୯୧ ହଜାର କୋଟି ଟଙ୍କାର ଋଣଭାର ରହିଛି। ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ), ବ୍ୟାଙ୍କ ଅଫ୍ ବରୋଦା, ଏଚ୍ଡିଏଫ୍ସି ବ୍ୟାଙ୍କ, ୟେସ୍ ବ୍ୟାଙ୍କ, ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ଇଣ୍ଡିଆନ ବ୍ୟାଙ୍କ ଏବଂ ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କ ବିରୋଧରେ ବୋର୍ଡ ଉକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଉଛି। କମ୍ପାନୀ ସେମାନଙ୍କ ଠାରୁ ଉକ୍ତ ଅର୍ଥ ଫେରସ୍ତ ମାଗିପାରେ। ଆଇଏଲ୍ଆଣ୍ଡଏଫ୍ଏସ୍ ପକ୍ଷରୁ କୁହାଯାଇଛି ଯେ, ବ୍ୟାଙ୍କଗୁଡ଼ିକ ଏହାର ଏସ୍କ୍ରୋ ଆକାଉଣ୍ଟରୁ ଉକ୍ତ ଅର୍ଥ କାଢ଼ିଛନ୍ତି। ସୂଚନାଥାଉ କି, ବ୍ୟାଙ୍କଗୁଡ଼ିକ ଏବେ ଆଇଏଲ୍ଆଣ୍ଡଏଫ୍ଏସ୍ରୁ ପ୍ରାୟ ୫୧ ହଜାର କୋଟି ଟଙ୍କା ବକେୟା ଋଣ ବାବଦରେ ପାଇବେ। ବ୍ୟାଙ୍କଗୁଡ଼ିକ ଗତ ୬ ମାସ ମଧ୍ୟରେ ଏହି ଅର୍ଥ କାଢ଼ିଛନ୍ତି। ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି) ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶକୁ ବ୍ୟାଙ୍କଗୁଡ଼ିକ ଅବମାନନା କରିଛନ୍ତି ବୋଲି ବୋର୍ଡ ପକ୍ଷରୁ ଅଭିଯୋଗ କରାଯାଇଛି। କୌଣସି ପ୍ରକାର ବକେୟା ଋଣ ଆଦାୟ ନ କରିବାକୁ ଏନ୍ସିଏଲ୍ଟି ନିର୍ଦ୍ଦେଶ ଦେଇଥିଲେ।
ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?
ନୂଆଦିଲ୍ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…
ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍ ସିଲିଣ୍ଡର…
ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’
ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…
ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ
ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…
ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?
ନୂଆଦିଲ୍ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…
ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..
ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…
ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ
ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍ ପ୍ରଣାଳୀକୁ ମୁକ୍ତ…
ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…
Archives

