୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ ଉକ୍ତ କାର୍ଯ୍ୟାଳୟରେ ସିନିୟର ଆକାଉଣ୍ଟାଣ୍ଟ ଶଶୀକାନ୍ତ ମିଶ୍ର ଅନଶନରେ ବସିଛନ୍ତି। ଏହି ଅନଶନ ସମୟରେ ସେ ଫାଇଲ କାମ ବି କରୁଥିଲେ। ତେବେ ଅନଶନରୁ ଦୂରେଇ ରହିବା ପାଇଁ ଆକାଉଣ୍ଟାଣ୍ଟଙ୍କୁ ପରାମର୍ଶ ଦିଆଯାଇଥିବା ଯୋଗାଣ ଅଧିକାରୀ ଉମାଶଙ୍କର ପତି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ସାଢ଼େ ୯ ବର୍ଷ ହେବ ମିଶ୍ରଙ୍କୁ ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିସ ଅନୁଯାୟୀ ଦରମା ମିଳୁନାହିଁ। ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରୁ ଆରମ୍ଭ କରି ଯୋଗାଣ ବିଭାଗ ସଚିବ, ଓଡ଼ିଶା ରାଜ୍ୟ ଯୋଗାଣ ନିରାପତ୍ତା ପଦସ୍ଥ ଅଧିକାରୀଙ୍କୁ ବହୁବାର ଅବଗତ କରାଇଛନ୍ତି। କିନ୍ତୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ଶେଷରେ ଅଫିସ ଭିତରେ ଅନଶନ କରିବା ପାଇଁ ସେ ନିଷ୍ପତ୍ତି ନେଇଥିଲେ। ଅନ୍ୟପକ୍ଷରେ ଯୋଗାଣ ଅଧିକାରୀ ପତି କହିଛନ୍ତି ଯେ, ଏହି ଫାଇଲ ଏମ୍‌ଡିଙ୍କ ନିକଟରେ ରହିଛି। ତେବେ ୧୫ ଦିନ ମଧ୍ୟରେ ଆକାଉଣ୍ଟାଣ୍ଟଙ୍କୁ ତାଙ୍କର ଉପଯୁକ୍ତ ଦସ୍ତାବିଜ ଦାଖଲ କରିବାକୁ ଏମ୍‌ଡି କହିଥିଲେ। କିନ୍ତୁ ସୋମବାର ହଠାତ୍‌ ସେ ଅନଶନରେ ବସିଥିଲେ। ଏ ନେଇ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳଙ୍କୁ ଅବଗତ କରାଯାଇଛି। ଆବଶ୍ୟକ ପଡ଼ିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ଛୁଟିରେ ଅନିୟମିତତା ଓ ବିଭାଗୀୟ ପ୍ରୋସେଡିଂ ପାଇଁ ଦରମା ବନ୍ଦ ହୋଇଥିବା ଅଧିକାରୀ ପତି ପ୍ରକାଶ କରିଛନ୍ତି। କିନ୍ତୁ ଆକାଉଣ୍ଟାଣ୍ଟ ମିଶ୍ର କହିଛନ୍ତି, ବିଭାଗୀୟ କର୍ତ୍ତୃପକ୍ଷ ତାଙ୍କ ବିରୋଧରେ ଜାଣିଶୁଣି ଏପରି ଷଡ଼ଯନ୍ତ୍ର ଚଳାଇଛନ୍ତି। ତେଣୁ ନ୍ୟାର୍ଯ୍ୟ ଦାବି ପାଇଁ ସେ ଲଢ଼େଇ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri