୯ ସହରରେ ହେବ ଅତ୍ୟାଧୁନିକ ଶୌଚାଳୟ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ଖୁବ୍‌ଶୀଘ୍ର ବିଭିନ୍ନ ସ୍ଥାନରେ ପଞ୍ଚତାରକା ତଥା ଅତ୍ୟାଧୁନିକ ଶୌଚାଳୟ ପ୍ରକଳ୍ପ ଆରମ୍ଭ କରିବାକୁ ଯୋଜନା ରଖିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ରାଜ୍ୟର ୯ ସହରରେ ଏହି ପ୍ରକଳ୍ପ ଆରମ୍ଭ ହେବ। ବତ୍ତର୍ର୍ମାନ ସୁଦ୍ଧା ୫ ସହରରେ ଏଥିଲାଗି କାମ ଆରମ୍ଭ ହୋଇସାରିଥିବା ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥି ଭାଥାନନ୍‌। ସିଏଫ୍‌ଏଆର୍‌ ଏବଂ ଏହାର ସହଯୋଗୀ ଅନୁଷ୍ଠାନ ସଖା, ସ୍ବାଭିମାନ, ହେଲପ୍‌ଏଜ ଇଣ୍ଡିଆ ପକ୍ଷରୁ ସୋମବାର ସ୍ଥାନୀୟ ଇଡିକଲ୍‌ ଅଡିଟୋରିୟମ୍‌ଠାରେ ଆୟୋଜିତ ବିଶ୍ୱ ଶୌଚାଳୟ ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ମାଥି ଭାଥାନନ୍‌ ରାଜ୍ୟର ସର୍ବସାଧାରଣ ଶୌଚାଳୟଗୁଡ଼ିକରେ ୨୪ ଘଣ୍ଟିଆ ପାଣି ଏବଂ ବିଦ୍ୟୁତ୍‌ ସଂଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।
ବିଶ୍ୱ ଶୌଚାଳୟ ଦିବସ ଅବସରରେ ଏକ ବିଶାଳ ପଦଯାତ୍ରା ଶିଶୁଭବନ ଛକଠାରୁ ବାହାରି ଇଡିକଲ୍‌ ଅଡିଟୋରିୟମ୍‌ ପର୍ଯ୍ୟନ୍ତ ଯାଇଥିଲା। ମଥି ଭାଥାନନ୍‌ ଏହାର ଶୁଭାରମ୍ଭ କରାଇଥିଲେ। ଏହି ଅବସରରେ ବହୁସଂଖ୍ୟାରେ ଦିବ୍ୟାଙ୍ଗ, କିନ୍ନର
ଏବଂ ବିଭିନ୍ନ କଲେଜ ଛାତ୍ରୀଛାତ୍ର ଅଂଶଗ୍ରହଣ କରି ଶୌଚାଳୟ ବ୍ୟବହାର ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସନ୍ନ୍ୟାସ ବେହରା, ଲିକୁନ ଚୌଧୁରୀ, ମୀରା ପରିଡ଼ା ପ୍ରମୁଖ ପଦଯାତ୍ରାରେ ଯୋଗଦେଇଥିଲେ। ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ଯୁଗଳ କିଶୋର ସାହୁଙ୍କ ନେତୃତ୍ୱରେ ବହୁସଂଖ୍ୟାରେ ବରିଷ୍ଠ ନାଗରିକ ଏଥିରେ ସାମିଲ ହୋଇଥିଲେ। ଏହି ଅବସରରେ ନାଟକ ପରିବେଷଣ ମାଧ୍ୟମରେ ଦେଖଣାହାରିଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରାଯାଇଥିଲା। ପରେ ପରେ ଅନୁଷ୍ଠିତ ସଭାରେ ସିଓ୍ବାଇଏସ୍‌ଡି ପ୍ରକଳ୍ପ ପରିଚାଳକ ବସନ୍ତ କୁମାର ନାୟକ, ହେଲପ୍‌ଏଜ ଇଣ୍ଡିଆ ରାଜ୍ୟ ମୁଖ୍ୟ ଭାରତୀ ଚକ୍ରଙ୍କ ସହ ମହେନ୍ଦ୍ର ଧଳ, ମିହିର ମହାନ୍ତି, ଏଲିସା ପଟ୍ଟନାୟକ ପ୍ରମୁଖ ଶୌଚାଳୟ ବ୍ୟବହାରର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ। ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏବଂ ବିଭାଗୀୟ ପ୍ରମୁଖ ସଚିବ ଚଳିତବର୍ଷ ଲାଗି ବିଶ୍ୱ ଶୌଚାଳୟ ଦିବସର ସ୍ବତନ୍ତ୍ର ପୁସ୍ତିକା ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri