୯ଜଣଙ୍କୁ ‘କନ୍ୟାରତ୍ନ ସମ୍ମାନ’

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଲିଙ୍ଗଗତ ବୈଷ୍ୟମ୍ୟତା ଦୂର କରିବା ଉଦ୍ଦେଶ୍ୟରେ ସାମାଜିକ ଅନୁଷ୍ଠାନ କଳିଙ୍ଗ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଗୁରୁବାର ଉତ୍କଳ ରଙ୍ଗମଞ୍ଚଠାରେ ଏକ ନିଆରା କାର୍ଯ୍ୟକ୍ରମ ‘କଳିଙ୍ଗ ରତ୍ନ ସମ୍ମାନ’ ଅନୁଷ୍ଠିତ ହୋଇଯାଇଛି। ଅତିଥିଭାବେ ପୂର୍ବତନ ବରିଷ୍ଠ ପ୍ରଶାସକ ହେମନ୍ତ ପାଢ଼ୀ ଯୋଗଦେଇ ସମାଜରେ ବଢ଼ୁଥିବା ଲିଙ୍ଗଗତ ବୈଷମ୍ୟତା ସମ୍ପର୍କରେ କହିଥିଲେ। ଦିନକୁ ଦିନ ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା କମିବା ଆଗାମୀ ଦିନରେ ସାରା ବିଶ୍ୱ ପାଇଁ ଏକ ଉଦ୍‌ବେଗର ବିଷୟ ହେବ ବୋଲି ସେ ପ୍ରକାଶ କରିଥିଲେ। ସମ୍ମାନିତ ଅତିଥିଭାବେ ବିଶ୍ୱ ମାନବାଧିକାର କମିଶନ(ଡବ୍ଲ୍ୟୁଏଚ୍‌ଆରସି) ରାଷ୍ଟ୍ରୀୟ ସଭାପତି ଗୋପାଳ ଶତପଥୀ ଯୋଗଦେଇ ‘ଝିଅଙ୍କୁ ପଢ଼ାନ୍ତୁ, ଝିଅଙ୍କୁ ବଞ୍ଚାନ୍ତୁ’ ଅଭିଯାନକୁ କେବଳ ଅଭିଯାନ କି କଥାରେ ସୀମିତ ନ ରଖି ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ସମାଜରେ ଉଲ୍ଲେଖନୀୟ ଅବଦାନ ପାଇଁ ୯ ପ୍ରତିଭାଙ୍କୁ ଟ୍ରଷ୍ଟ ପକ୍ଷରୁ ‘କଳିଙ୍ଗ ରତ୍ନ ସମ୍ମାନ’ ପ୍ରଦାନ କରାଯାଇଥିଲା। ସମ୍ମାନିତ ପ୍ରତିଭାମାନେ ହେଲେ ଇଂ. ଦିଲୀପ ପ୍ରଧାନ, ରିକି ପରିଡ଼ା, ସୁବ୍ରତ କୁମାର ଜେନା, ଜ୍ଞାନେନ୍ଦ୍ର ନାୟକ, ଗୋପାଳ ଶତପଥୀ, ଖବରଦାତା ନୀରଦ ବରଣ ମହାପାତ୍ର, ଅଭିଷେକ ମହାନ୍ତି, ସମୀକ୍ଷା ପଟ୍ଟନାୟକ ଏବଂ ସସ୍ମିତା ମଲ୍ଲ। ଟ୍ରଷ୍ଟର ସଭାପତି ନାରାୟଣ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଲେଡିଜ୍‌ ଫୋରମ୍‌ ସଦସ୍ୟାମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ‘ଝିଅଙ୍କୁ ପଢ଼ାନ୍ତୁ, ଝିଅଙ୍କୁ ବଞ୍ଚାନ୍ତୁ’ର ବାର୍ତ୍ତା ଦେଇଥିଲେ। ଖଣ୍ଡଗିରିସ୍ଥିତ ଜୀବନ ଜ୍ୟୋତି ଆଶ୍ରମର ପିଲାମାନେ ‘କନ୍ୟା ଅନ୍‌ମୋଲ, କନ୍ୟା ରତ୍ନ କର ଯତ୍ନ’କୁ ନେଇ କ୍ଷୁଦ୍ର ନାଟକ ଓ ସଙ୍ଗୀତ ପରିବେଷଣ କରିଥିଲେ। ଅତିଥିଭାବେ ଡା. ଜଗନ୍ନାଥ ମହାପାତ୍ର, ସାହିତି୍ୟକ ବିଜୟ ଦାସ, ରୁଦ୍ରନାରାୟଣ ସାମନ୍ତରାୟ, ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତୀ ମିଶ୍ର, ଅଭୟ ପରିଡ଼ା, ଉମାନାଥ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ଅଭିଷେକ ମହାନ୍ତି ପରିଚାଳନା ଓ ଟ୍ରଷ୍ଟର ସମ୍ପାଦକ ମନୋଜ ରାଉଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri