୯ବର୍ଷ ପରେ ଘରକୁ ଫେରିଲା ପୁଅ:  ଶୁଦ୍ଧିକ୍ରିୟା ସାରିଥିଲେ ପରିବାର

ହିଞ୍ଜିଳିକାଟୁ,୩ା୧୧(ଡି.ଏନ୍‌.ଏ.)- ୯ବର୍ଷ ତଳେ ନିଖୋଜ ହୋଇଯାଇଥିଲେ ପୁଅ। ମୃତ୍ୟୁ ହୋଇଥିବା ଭାବି ଶୁଦ୍ଧିକ୍ରିୟା ସାରିଦେଇଥିଲେ ପରିବାର ଲୋକେ। ତେବେ ଶୁକ୍ରବାର ରାତିରେ ହଠାତ୍‌ ପୁଅ ଘରେ ପହଞ୍ଚତ୍ବାରୁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ପରିବାର ଲୋକେ। ପୁଅକୁ ପାଖରେ ଦେଖୁଥିଲେ ମଧ୍ୟ ବିଶ୍ୱାସ କରିପାରୁ ନ ଥିଲେ ମା’। ପରେ ପରିବାରର ଖୁସି କହିଲେ ନ ସରେ। ଏପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ।
ପ୍ରକାଶ ଯେ, ହିଞ୍ଜିଳିକାଟୁ ପୌରାଞ୍ଚଳ ୱାର୍ଡ ନଂ.୨ର ଭକ୍ତମାର୍ଗରେ ରୁହନ୍ତି ଊର୍ମିଳା ମୁନୀ। ତାଙ୍କର ୩ପୁଅ ଓ ଗୋଟିଏ ଝିଅ। ୨ୟ ସନ୍ତାନ ଅନିଲ ୨୦୧୦ ଅକ୍ଟୋବରରେ ପୁରୀ ଯାଇ ଏକ ହୋଟେଲରେ କାମ କରୁଥିଲେ। ସେଠାରେ କୌଣସି ସମସ୍ୟା ହେବାରୁ ପୁଣି କାମ ଅନ୍ବେଷଣରେ କଟକ ଯାଇଥିଲେ। ଏହାପରେ ସେ ଆଉ ଘରକୁ ଫେରି ନ ଥିଲେ କିମ୍ବା ପରିବାର ଲୋକଙ୍କ ସହ ଯୋଗାଯୋଗ ରଖି ନ ଥିଲେ। ୨୦୧୪ରେ ୨ଜଣ ବ୍ୟକ୍ତି ଆସି ଅନିଲଙ୍କ ବଡଭାଇଙ୍କୁ ଗଁା ମୁଣ୍ଡରେ ଭେଟିଥିଲେ। ସେମାନେ କଟକରୁ ଆସିଛନ୍ତି ଓ ସେଠାରେ ଅନୀଲଙ୍କ ମୃତ୍ୟୁ ହୋଇଥିବା କହିଥିଲେ। ଏହାକୁ ବିଶ୍ୱାସ କରି ପରିବାର ଲୋକେ ଶୁଦ୍ଧିକ୍ରିୟା କରିଥିଲେ।
ମାତ୍ର ହଠାତ୍‌ ଅନିଲ ଘରକୁ ଫେରିବା ପରେ ସମସ୍ତେ ଆଶ୍ଚର୍ଯ୍ୟ। ଏନେଇ ଅନିଲଙ୍କୁ ପଚାରିବାରୁ ସେ କେଉଁଠି ଏତେଦିନ ହେଲା ଥିଲେ କିଛି କହିପାରୁନାହାନ୍ତି। ତେବେ ସେ ଦିଲ୍ଲୀରେ କୌଣସି ସ୍ଥାନରେ କାମ କରୁଥିବା ଓ ସେଠାରୁ ଏବେ ଘରକୁ ଫେରିଥିବା ମା’ ଊର୍ମିଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri