୯ରୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୮ା୭(ବ୍ୟୁରୋ): ବିହାରର ପଶ୍ଚିମ ଭାଗ ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାସହ ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ଓଡିଶାର କିଛି ସହରରେ ବର୍ଷା ଜାରି ରହିଛି। କିନ୍ତୁ ୯ ତାରିଖରୁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଟ୍ରଫ୍‌ ଲାଇନ ଯେତେଦିନ ରହିବ ସେତେଦିନ ଓଡ଼ିଶାରେ ବର୍ଷା ହେବ। ଏହା ପ୍ରଭାବରେ ରବିବାର ହୀରାକୁଦରେ ସର୍ବାଧିକ ୧୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁରରେ ୫ ମିିମି ଓ ମାଲକାନଗିରିରେ ୩ ମିମି ବର୍ଷା ରେକର୍ଡ ହୋଇଛି। ଏହାଛଡ଼ା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ସୂଚନା ମିଳିଛି। କିନ୍ତୁ ସୋମବାର ବର୍ଷା କେଉଁଠି କେଉଁଠି ହେବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇନାହିଁ। ତେବେ ୯ ତାରିଖ ଦିନ ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ହେବ। ସେହିପରି ୧୦ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଜଗତସିଂହପୁର, ଭଦ୍ରକ, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ୧୧ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ସୋନପୁର, ବୌଦ୍ଧ, ଦେବଗଡ଼ ଓ ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri