୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍‌ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ ଥାନ୍ତି। ଫଳରେ ନାନା ରୋଗ ଅକାଳରେ ମାଡ଼ିବସେ। ବର୍ତ୍ତମାନ ସମୟରେ ଏକ ସାଧାରଣ ବ୍ୟାୟାମ କରିବା ଯୁବକମାନଙ୍କ ପାଇଁ କଷ୍ଟକର ହୋଇପଡ଼ୁଛି। ପୁଣି ୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ କରିବା କଥା କିଏ ବା ଚିନ୍ତା କରିପାରିବେ। ହେଲେ ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶାଲ୍‌ ପିଭି ଆୟାର ୯୦ ବର୍ଷ ବୟସରେ ଜିମ୍‌ରେ ପୁଲ୍‌-ଅପ୍‌ସ୍‌ କରୁଥିବା ଦେଖିବାକୁ ମିଳିଛି। ଇଣ୍ଡିଆନ୍‌ ଏୟାରଫୋର୍ସ ପକ୍ଷରୁ ଶେୟାର୍‌ କରାଯାଇଥିବା ଏହି ଭିଡିଓ ଏବେ ଅନେକଙ୍କ ପାଇଁ ପ୍ରେରଣା ସାଜିଛି। ବୟସ କେବଳ ଏକ ସଂଖ୍ୟା ମାତ୍ର, ତାହା ଆୟାର ପ୍ରମାଣିତ କରିଛନ୍ତି। ଏହାସହ ସେ ନିଜ ୫୦ ବର୍ଷର ଚାକିରି ଜୀବନ ମଧ୍ୟରେ ମୋଟ ୧ଲକ୍ଷ ୨୦ହଜାର କିମି ଦୌଡ଼ି ‘ରନିଂ ଏୟାର୍‌ ମାର୍ଶାଲ୍‌’ ଅଫ୍‌ ଇଣ୍ଡିଆନ୍‌ ଏୟାର୍‌ଫୋର୍ସ ଭାବେ ପରିଚିତ ବୋଲି ଭାରତୀୟ ବାୟୁସେନା ପକ୍ଷରୁ ଉଲ୍ଲେଖ କରାଯାଇଛି। ତାଙ୍କର ଏ ବୟସରେ ମଧ୍ୟ ସ୍ବାସ୍ଥ୍ୟକୁ ନେଇ ରହିଥିବା ସଚେତନତା ଓ ଉତ୍ସାହ ଯୁବବର୍ଗଙ୍କ ପାଇଁ ପ୍ରେରଣା ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri