୯୩୬ଜଣ ଭୋଟଗଣତି କର୍ମଚାରୀଙ୍କୁ ତାଲିମ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ଗଣତି ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ଗଞ୍ଜାମ ଜିଲାର ୧୩ଟି ବିଧାନସଭା ଆସନ ଏବଂ ୨ଟି ଲୋକ ସଭା ଆସନର ଭୋଟ୍‌ଗଣତି ସକାଳ ୮ଟାରୁ ହେବ। ପ୍ରଥମେ ପୋଷ୍ଟାଲ୍‌ ବାଲଟ୍‌ ଏବଂ ପରେ ଇଭିଏମ୍‌ର ଭୋଟ୍‌ ଗଣତି କରାଯିବ।

ଏହି ଗଣତି କାର୍ଯ୍ୟରେ ୯୩୬ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ବୁଧବାରରୁ ଏମାନଙ୍କ ତାଲିମ୍‌ ପ୍ରଦାନ କରାଯାଉଛି। ବ୍ରହ୍ମପୁରସ୍ଥିତ ୟୁସିପି ଇଞ୍ଜିନିୟରିଂ ସ୍କୁଲର ୬ ଟି ରୁମ୍‌ରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲିଛି। ବୁଧବାର ପ୍ରଥମ ଦିନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉପସ୍ଥିତ ରହି ମାର୍ଗଦର୍ଶନ ପ୍ରଦାନ କରିଥିଲେ। ପ୍ରଶିକ୍ଷଣ କାର୍ଯ୍ୟକ୍ରମ  ୩ ରୁ ୪ ଦିନ ଧରି ଚାଲିବ। ଭୁବନେଶ୍ୱରରେ ସ୍ବତନ୍ତ୍ର ପ୍ରଶିକ୍ଷଣ ନେଇଥିବା ମାଷ୍ଟର ଟ୍ରେନର୍‌ମାନେ ଏଠାରେ ସୁପରଭାଇଜର୍‌, କାଉଣ୍ଟିଂ  ଆସିଷ୍ଟାଣ୍ଟ ଓ ମାଇକ୍ରୋ ଅବ୍‌ଜରଭର୍‌ମାନଙ୍କୁ ପ୍ରଶିକ୍ଷଣ ଦେବେ। ଗଣତି ସମୟରେ ଇଭିଏମ୍‌ ଏବଂ କଣ୍ଟ୍ରୋଲ୍‌ ୟୁନିଟ୍‌କୁ କେମିତି ପରିଚାଳନା କରାଯିବ, ସେନେଇ ତାଲିମ୍‌ ପ୍ରଦାନ କରାଯିବ। ଭୋଟ ଗଣତିର ଫର୍ମାଟ କିଭଳି ପୂରଣ କରିବେ ଏବଂ ଗଣତି ସମୟରେ ସତର୍କତା ଅବଲମ୍ବନ କରବା ସମ୍ପର୍କରେ ମଧ୍ୟ ପ୍ରଶିକ୍ଷଣ ଦିଆଯିବ। ଭୋଟ ଗଣତି ସମୟରେ ମୋବାଇଲ୍‌ ଫୋନ୍‌ ସଂପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ ଓ କବୀନ୍ଦ୍ର କୁମାର ସାହୁ,ବ୍ରହ୍ମପୁର ଉପଜିଲାପାଳ ଦିଗନ୍ତ ରାଉତରାୟ, ଡ଼ୁଡ଼ା ପ୍ରକଳ୍ପ ନିର୍ଦ୍ଦେଶକ ସବ୍ୟସାଚୀ ହୋତାଙ୍କ ସମେତ ଜିଲା ପ୍ରଶାସନର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri