୯୪ ଦେଶକୁ ବ୍ୟାପିଲାଣି କରୋନା

ପ୍ୟାରିସ୍‌,୮।୩(ଏଏଫ୍‌ପି): ମାରାତ୍ମକ କରୋନା ଭୂତାଣୁ କାୟା ବିସ୍ତାର କରି ଚାଲିଛି। ବର୍ତ୍ତମାନ ସୁଦ୍ଧା ଏହା ୯୪ ଦେଶକୁ ବ୍ୟାପିଲାଣି। ଏଥିରେ ସଂକ୍ରମିତଙ୍କ ସଂଖ୍ୟା ୧,୦୧,୯୮୮ରେ ପହଞ୍ଚତ୍ଥିବାବେଳେ ୩୪୯୧ ଜଣଙ୍କ ଜୀବନ ଗଲାଣି। ଦିନକ ମଧ୍ୟରେ ୧୧୪୬ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ୩୫ ଜଣଙ୍କ ମୃତ୍ୟୁ ଘଟିଛି। ଚାଇନାରେ ରୋଗୀ ସଂଖ୍ୟା ୮୦,୬୫୧ ହୋଇଥିବାବେଳେ ୩୦୭୦ ଜଣଙ୍କ ମୃତ୍ୟୁ ହୋଇଛି। ଚାଇନା ବାହାରେ ମୋଟ ୨୧,୩୩୭ ଜଣଙ୍କୁ କରୋନା ସଂକ୍ରମିତ ହୋଇଥିବାବେଳେ ୪୨୧ ଜଣଙ୍କ ଜୀବନ ଯାଇଛି। ଇରାନରେ ୧୦୭୬ ନୂଆ ରୋଗୀ ଚିହ୍ନଟ ହେବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୮୨୩ରେ ପହଞ୍ଚତ୍ଛି। ସେଠାରେ ୧୪୫ ଜଣ ପ୍ରାଣ ହରାଇଲେଣି। ସଂକ୍ରମଣ ସନ୍ଦେହରେ ୧୬ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ ହସ୍ପିଟାଲରେ ରଖାଯାଇଛି। ଚାଇନା ପରେ ଦ୍ୱିତୀୟ ସର୍ବାଧିକ ସଂକ୍ରମିତ ଦକ୍ଷିଣ କୋରିଆରେ ଦୁଇଟି ଆପାର୍ଟମେଣ୍ଟକୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଦକ୍ଷିଣ କୋରିଆରେ ସଂକ୍ରମିତଙ୍କ ସଂଖ୍ୟା ୬୭୬୭ ଓ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚତ୍ଛି। ଚାଇନାର କ୍ୱାନ୍‌ଝୋଉରେ ଥିବା ଏକ ହୋଟେଲରେ କରୋନା ସନ୍ଦିଗ୍ଧମାନଙ୍କୁ ମେଡିକାଲ ପର୍ଯ୍ୟବେକ୍ଷଣରେ ରଖାଯାଇଥିବାବେଳେ ଉକ୍ତ ହୋଟେଲ ଭୁଶୁଡ଼ି ପଡିଛି। ଫଳରେ ୨୩ ଜଣ ଭଗ୍ନାବଶେଷ ତଳେ ରହିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri