୯୭ ବର୍ଷରେ ପାଦ ଦେଲେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର: ପାଇଛନ୍ତି ୮ଥର ଫିଲ୍ମ ଫେୟାର

ମୁମ୍ବାଇ: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ବୁଧବାର ୯୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ମହମ୍ମଦ୍‌ ୟୁସୁଫ ଖାଁ। ରାଜକପୁର, ଦେବାନନ୍ଦ ଏବଂ ଦିଲ୍ଲୀପ ବିଭାଜନ ସମୟରେ ପାକିସ୍ତାନରୁ ଭାରତ ଅସିଥିଲେ। ୧୯୬୬ ଅକ୍ଟୋବର ୧୧ରେ ସେ ୨୫ ବର୍ଷ ବୟସ୍କା ସାଏରା ବାନୋଙ୍କୁ ବିବାହ କରିଥିଲେ। ସେତେବେଳେ ଦିଲ୍ଲୀପଙ୍କୁ ୪୪ ବର୍ଷ ହୋଇଥିଲା। ତାଙ୍କ ବିବାହରେ ଦିଲ୍ଲୀପଙ୍କ ଘୋଡ଼ୀର ଲଗାମ ପୃଥିରାଜ କପୁର ଧରିଥିଲେ। ବରଯାତ୍ରୀଙ୍କ ମଧ୍ୟରେ ଦେବାନନ୍ଦ ଏବଂ ରାଜକପୁର ଡ୍ୟାନ୍ସ୍‌ କରିଥିଲେ। ଦିଲ୍ଲୀପ କୁମାର ଅନେକ ଫିଲ୍ମରେ ଅଭିନୟ କରି ବଲିଉଡ୍‌ରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ୮ ଥର ଫିଲ୍ମ ଫେୟାର ଆଓ୍ବାର୍ଡ ହାସଲ କରିଥିବା ସେ ହେଉଛନ୍ତି ପ୍ରଥମ ଅଭିନେତା। କିଙ୍ଗ୍‌ ଖାଁ ଶାହାରୁଖ୍‌ ଇତିମଧ୍ୟରେ ୮ଥର ଫିଲ୍ମ ଫେୟାର ଆଓ୍ବାର୍ଡ ହାସଲ କରି ଦିଲ୍ଲୀପଙ୍କ ସମକ୍ଷକ ହୋଇ ପାରିଛନ୍ତି। ଦିଲ୍ଲୀପ ଶାହରୁଖ୍‌ଙ୍କୁ ନିଜ ପୁଅ ଭଳି ମନେ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri