୯୮ ଦୋକାନରୁ ଆଦାୟ ହେଲା ୨୧ହଜାର ଜରିମାନା

ବ୍ରହ୍ମପୁର ଅଫିସ,୨୩।୬: ବ୍ରହ୍ମପୁର ମହାନଗର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ ତମାଖୁ ଓ ଧୂମପାନର ବହୁଳ ବିକ୍ରି ହେଉଛି। ଜିଲାରେ କୋଟପା ଆଇନ୍‌ କଡାକଡି କରିବା ପାଇଁ ପ୍ରତି ବର୍ଷ ବିଭିନ୍ନ ବିକ୍ରି ହେଉଥିବା ତମାଖୁ ଦୋକାନରେ ଯାଞ୍ଚ କରାଯାଉଛି। ଏହି ଚଢ଼ାଉ ପାଇଁ ଏକ ସ୍କ୍ବାର୍ଡ଼ ଗଠନ କରାଯାଇଛି। ଏଥିରେ ଜିଲା ସ୍ବାସ୍ଥ୍ୟ ବିଭାଗ ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ, ଅବକାରୀ ବିଭାଗ କର୍ମଚାରୀ ଏବଂ ଡ୍ରଗ୍ସ ଇନ୍ସପେକ୍ଟର ସାମିଲ ରହିଛନ୍ତି। ଜୁନ ୧୭ରେ ମହାନଗର ନିଗମର ୨୫ ଦୋକାନରେ ବେଆଇନ ଭାବେ ବିକ୍ରି ହେଉଥିବା ତମାଖୁ ଓ ଧୂମପାନ ଦୋକାନରେ ଏହି ଟିମ୍‌ ଚଢାଉ କରିଥିଲା। ସେମାନଙ୍କଠାରୁ ପ୍ରାୟ ୬,୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି।

ସେହିପରି ୨୧ ତାରିଖରେ ଛତ୍ରପୁରରେ ତମାଖୁ ଓ ଧୂମପାନ ବିକ୍ରି କରୁଥିବା ୩୨ ଦୋକାନରେ ଚଢାଉ କରି ୫, ୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଗତ ୨୨ ତାରିଖରେ ଭଞ୍ଜନଗରରେ ବେଆଇନ ଭବେ ତମାଖୁ ଓ ଧୂମପାନ ବିକ୍ରି କରୁଥିବା ୪୧ଟି ଦୋକାନରୁ ୯ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ଜଣାପଡିଛି। ଚଳିତ ମାସ ଜିଲାର ଦୁଇଟି ବ୍ଲକ ଓ ବିଏମ୍‌ସିରେ ଏହି ଚଢ଼ାଉ କରାଯାଇଛି। ଆଗାମୀ ଦିନରେ ଏହି ଚଢ଼ାଉ ଜିଲାର ଅନ୍ୟ ବ୍ଲକଗୁଡିକରେ କରାଯିବ ବୋଲି ସିଡ଼ିଏମ୍‌ଓ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri