ଚିତ୍ରଡ଼ା,୨୦ା୩(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଦୁର୍ଗାପୁର ପଞ୍ଚାୟତର ସାତଶଳ ଗ୍ରାମ ୪ନଂ. ୱାର୍ଡର ୱାର୍ଡମେମ୍ବର ରାମାଇ ମୁର୍ମୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗ୍ରାମରେ ଥିବା ଏକ କୂଅରୁ ଗୁରୁବାର ସକାଳେ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୫/୨୦୨୦) ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ଗତ ସୋମବାରଠାରୁ ରାମାଇ ନିଖୋଜ ଥିଲେ। ଗୁରୁବାର ସକାଳେ ଜଣେ ମହିଳା ପାଣି ଆଣିବା ପାଇଁ ଯାଇଥିଲା ବେଳେ କୂଅରେ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ। ଖବରପାଇ ବଡ଼ଜାମବଣି ଫାଣ୍ଡି ପୋଲିସ ଏବଂ ଚିତ୍ରଡ଼ା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ତେବେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ଫାଣ୍ଡି ଅଧିକାରୀ ପବିତ୍ର ମୋହନ ରାଉତଙ୍କୁ ପଚାରିବାରୁ ତଦନ୍ତ ଚାଲୁ ରହିଛି ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

