ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଜନ୍ମିତ ଚଳଚ୍ଚିତ୍ର ନିର୍ମାତା ନୀଳମାଧବ ପଣ୍ଡା ନିଜର ଶର୍ଟ ଫିଲ୍ମ ‘ମେଘାସ୍‌ ଡିଭୋର୍ସ’ ପାଇଁ ରେଡ୍‌ କାର୍ପେଟ୍‌ରେ ଚାଲିଥିଲେ। ତାଙ୍କ ସହ ଫିଲ୍ମର ଅଭିନେତ୍ରୀ ଦିବ୍ୟା ଦତା ଓ ମଞ୍ଜରୀ ଫଡ୍‌ନିସ୍‌ ମଧ୍ୟ ରେଡ୍‌ କାର୍ପେଟ୍‌ରେ ଚାଲିଥିଲେ। ଆଇଏଫ୍‌ଏଫ୍‌ଆଇର ୫୦ ବର୍ଷ ପୂର୍ତ୍ତି ଅବସରରେ କାର୍ଯ୍ୟକ୍ରମରେ ସାମିଲ ହେବା ଏକ ସମ୍ମାନର କଥା ବୋଲି ନୀଳମାଧବ ପଣ୍ଡା କହିଥିଲେ। ‘ଇଣ୍ଟରଡିପେଣ୍ଡେନ୍ସ୍ସ’ ଏସିଆ ପ୍ରିମିୟରକୁ ଆସିବା ଗର୍ବର ବିଷୟ ଏବଂ ଏହା ଜଳବାୟୁ ପରିବର୍ତ୍ତନ ଭଳି ଗମ୍ଭୀର ପ୍ରସଙ୍ଗ ଉପରେ ଲୋକଙ୍କୁ ସଚେତନ କରିପାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri