Posted inଖେଳ

ୱାଲର୍‌ଡ ୟୁନିଭର୍ସିଟି ଗେମ୍ସ: ଭାରତୀୟ ଦଳର ନେତୃତ୍ୱ ନେବେ ଦୂତୀ

ଭୁବନେଶ୍ୱର ୩୦।୬(ସ୍ପୋଟର୍‌ସ ବ୍ୟୁରୋ)-ଇଟାଲିର ନାପୋଲିଠାରେ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ୩୦ତମ ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏଥିରେ ସ୍ପ୍ରିଣ୍ଟ କୁଇନ ତଥା କିଟ୍‌ରେ ଅଧ୍ୟୟନରତ ଦୂତୀ ଚାନ୍ଦ ଭାରତୀୟ ବିଶ୍ୱବିଦ୍ୟାଳୟ ଦଳର ନେତୃତ୍ୱ ନେବେ। ଉଦ୍‌ଘାଟନୀ ଉତ୍ସବରେ ଦୂତୀ ଭାରତୀୟ ବିଶ୍ୱବିଦ୍ୟାଳୟ ପାଇଁ ପତାକାଧାରୀ ହେବେ। କିଟ୍‌ ବିଶ୍ୱବିଦ୍ୟାଳୟର କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶଙ୍କୁ ଭାରତୀୟ ବିଶ୍ୱବିଦ୍ୟାଳୟ ଦଳର ଉପମୁଖ୍ୟ ଦାୟିତ୍ୱ ଦିଆଯାଇଛି। କିସ୍‌ର ସହକାରୀ କ୍ରୀଡ଼ା ନିର୍ଦ୍ଦେଶକ ରୁଦ୍ରକେଶ ଜେନା ଅଫିସିଆଲ ପ୍ରତିନିଧିମଣ୍ଡଳର ଦାୟିତ୍ୱରେ ରହିବେ ଏବଂ ଆଥଲେଟକ୍ସେ ମୁଖ୍ୟ କୋଚ ସଞ୍ଜୟ ଗଡ଼ନାୟକ ଭାରତୀୟ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ ଦଳର ନେତୃତ୍ୱ ନେବେ ବୋଲି ଶନିବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ସୂଚନା ଦେଇଛନ୍ତି। ଓଡ଼ିଶାର ଏକମାତ୍ର କ୍ରୀଡ଼ାବିତ ଭାବେ ଦୂତୀ ୱାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ପ୍ରତିନିଧିତ୍ୱ କରୁଛନ୍ତି। ଏହା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସାମନ୍ତ କହିଛନ୍ତି। ପ୍ରକାଶଯୋଗ୍ୟ, ଏପ୍ରିଲ ୨ରୁ ୫ ପର୍ଯ୍ୟନ୍ତ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ପ୍ରଶିକ୍ଷଣ ଓ ଚୟନ ଶିବିରରେ ଉଭୟ ମହିଳା ଓ ପୁରୁଷ ବିଭାଗରେ ମୋଟ ୫୧ କ୍ରୀଡ଼ାବିତ, ୧୦ ଅଫିସିଆଲ ଯୋଗ ଦେଇଥିଲେ। ଭାରତୀୟ ବିଶ୍ୱବିଦ୍ୟାଳୟ ଦଳ ଶନିବାର ଇଟାଲୀ ଅଭିମୁଖେ ଯାତ୍ରା କରିବ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଧାବିକା ଦୂତୀ ଚାନ୍ଦ, କିସର ୫ ରଗ୍‌ବୀ ଖେଳାଳି ଓ ଭାରତୀୟ ସୁଟର ତଥା କିଟ୍‌ ଛାତ୍ରୀ ଶ୍ରୀୟଙ୍କା ଷଡ଼ଙ୍ଗୀ ଉପସ୍ଥିତ ରହି ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ପ୍ରତିନିଧିଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri