Posted inଖେଳ

ଖେଳାଳିଙ୍କ ପାଇଁ ୨.୫ କୋଟି, ଚାକିରି, ଜମି

ନୂଆଦିଲ୍ଲୀ,୫।୮: ଗୁରୁବାର ଭାରତୀୟ ପୁରୁଷ ହକି ଦଳ ୫-୪ ଗୋଲରେ ଜର୍ମାନୀକୁ ହରାଇ ଟୋକିଓ ଅଲିମ୍ପିକ୍ସରେ ହାତେଇଛି ବ୍ରୋଞ୍ଜ ପଦକ। ଏହି ଐତିହାସିକ ବିଜୟ ପରେ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ବିଭିନ୍ନ ରାଜ୍ୟ। ହରିୟାଣା ତା’ର ଖେଳାଳିଙ୍କୁ ୨.୫ କୋଟି ଟଙ୍କା ଦେବାକୁ ଥିବା ବେଳେ ମଧ୍ୟପ୍ରଦେଶ ୧ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି।

ପୂର୍ବରୁ ପଞ୍ଜାବ ସରକାର ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିସାରିଛି। ୧୮ ଜଣିଆ ଟିମ୍‌ ଇଣ୍ଡିଆରେ ରହିଛନ୍ତି ପଞ୍ଜାବର ୧୦ ଜଣ ଖେଳାଳି। ଏଥିରେ ସାମିଲ ଅଛନ୍ତି ଡବଲ ଗୋଲ ସ୍କୋରର ସିମରନଜିତ୍‌ ସିଂ।

ହରିୟାଣା ସରକାରଙ୍କ ପକ୍ଷରୁ ମୁଁ ଘୋଷଣା କରୁଛି ଯେ, ଭାରତୀୟ ହକି ଦଳର ଦୁଇ ସଦସ୍ୟଙ୍କୁ ୨.୫ କୋଟି ଲେଖାଏ ଟଙ୍କା ପ୍ରଦାନ କରାଯିବ। ତା’ ସହିତ କ୍ରୀଡ଼ା ବିଭାଗରେ ଚାକିରି ଓ ରିହାତି ହାରରେ ଜମି ପ୍ରଦାନ କରାଯିବ ବୋଲି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଟୁଇଟ୍‌ କରିଛନ୍ତି।

ମଧ୍ୟପ୍ରଦେଶର ବିବେକ ସାଗର ଓ ନିଲକାନ୍ଥାଙ୍କୁ ୧ କୋଟି ଲେଖାଏ ଟଙ୍କା ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ। ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକି ଦଳ ଅଲିମ୍ପିକ୍ସ ପଦକ ଜିତିବା ପରେ ପଞ୍ଜାବରେ ଏବେ ଖୁସିର ମାହୋଲ। ରାସ୍ତାରେ ଖେଳାଳିଙ୍କ ପରିବାରବର୍ଗ ଖୁସିରେ ନାଚୁଛନ୍ତି। ପ୍ରଶଂସକମାନେ ଜାତୀୟ ପତାକା ଧରି ବୁଲୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri