Posted inଜାତୀୟ

ଅଢ଼େଇ ହଜାର କୋଟି ଟଙ୍କାର ହେରୋଇନ ଜବତ

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀ ପୋଲିସ ଫରିଦାବାଦର ଏକ ଘରୁ ଶନିବାର ୩୫୪ କେଜି ଡ୍ରଗ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ଅଢ଼େଇ ହଜାର କୋଟି ଟଙ୍କାରୁ ଅଧିକ ହେବ। ଏକକାଳିନ ଏତେ ମାତ୍ରାରେ ଡ୍ରଗ୍ସ ଦେଶରେ କଦାପି ଜବତ ହୋଇ ନ ଥିବା କୁହାଯାଉଛି।

ଏହି ଘଟଣାରେ ଏପର୍ଯ୍ୟନ୍ତ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ତଦନ୍ତ ଚାଲିଛି। ଆଫଗାନିସ୍ତାନର ହାଜରତ ଅଲି, କଶ୍ମୀରର ଅନନ୍ତନାଗ ଅଞ୍ଚଳର ରିଜଓ୍ବାନ ଅହମ୍ମଦ ଓ ଗୁରଜୋତ ସିଂ ଏବଂ ଜଳନ୍ଧର(ପଞ୍ଜାବ)ର ବାସୀନ୍ଦା ଗୁରଦୀପ ସିଂଙ୍କୁ ଗିରଫ କରାଯାଇଛି। ହେରୋଇନ ସହ ଏଥିରେ ବ୍ୟବହାର ହେଉଥିବା ୧୦୦ କେଜି କେମିକାଲ ମଧ୍ୟ ଜବତ ହୋଇଛି। ଏହି ହେରୋଇନକୁ ଅଖା ଓ ପେଟିରେ ଲୁଚାଇ ଇରାନର ଛାବାହାର ପୋର୍ଟରୁ ମୁମ୍ବାଇ ଦେଇ ଜାଓ୍ବାହାର ଲାଲ ନେହରୁ ପୋର୍ଟ ଚୋରା ଚାଲାଣ କରାଯାଇଥିଲା ବୋଲି ଦିଲ୍ଲୀ ପୋଲିସ ସ୍ପେଶାଲ ସେଲ୍‌ କମିଶନର ନୀରଜ ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri