Posted inଜାତୀୟ

‘ଅସାନି’ ଆସିବା ପୂର୍ବରୁ ଭୂକମ୍ପ ଝଟ୍‌କା…

ନୂଆଦିଲ୍ଲୀ୨୧।୩ : ବର୍ଷର ପ୍ରଥମ ସାଇକ୍ଲୋନିକ ଝଡ ‘ଅସାନି’ ଧୀରେ ଧୀରେ ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଛି। ରବିବାର ଏହା ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚିଥିଲା। ଏପରିସ୍ଥଳେ ସୋମବାର ସକାଳେ ଏଠାରେ ଭୂକମ୍ପର କମ୍ପନ ମଧ୍ୟ ଅନୁଭୂତ ହୋଇଛି।

ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୩ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥି ସହିତ ରବିବାର ଠାରୁ ପ୍ରବଳ ବର୍ଷା ଓ ପବନ ଯୋଗୁଁ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି।

ସାଇକ୍ଲୋନିକ ଝଡ଼ର ତୀବ୍ରତାକୁ ଦୃଷ୍ଟିରେ ରଖି ଆଣ୍ଡାମାନ ଏବଂ ନିକୋବରରେ ସତର୍କ ସୂଚନା ଜାରି କରାଯାଇଛି ଏବଂ ଏନଡିଆରଏଫ୍‌ ଦଳଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛିି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏହା ସହିତ ଜାହାଜ ସେବାକୁ ମଧ୍ୟ ବନ୍ଦ କରାଯାଇଛି। ଏଠାରେ ୬ ଟି ରିଲିଫ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି। ଏହା କୁହାଯାଉଛି ଯେ ଆଣ୍ଡାମାନର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ପବନ ପ୍ରବାହିତ ହେଉଛି।

ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ଯେ ସାଇକ୍ଲୋନିକ ଝଡ ’ଅସାନି’ ବାଂଲାଦେଶ ଏବଂ ମ୍ୟାନ୍‌ମାର ଉପକୂଳ ଆଡକୁ ଯାଇପାରେ। ତେବେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି।

ସାଇକ୍ଲୋନିକ ଝଡ଼ ଯୋଗୁଁ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପର୍ଯ୍ୟଟନ କାର୍ଯ୍ୟକଳାପ ବନ୍ଦ ହୋଇଯାଇଛି। ପର୍ଯ୍ୟଟକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି। ଯେଉଁମାନଙ୍କ ଘରକୁ ସ୍ଥାନାନ୍ତର କରାଯାଇଛି ସେମାନଙ୍କୁ କ୍ୟାମ୍ପରେ ସ୍ଥାନ ଦିଆଯାଇଛି। ଏହା ବ୍ୟତୀତ ଖାଦ୍ୟ, ପାନୀୟ ଜଳ ଏବଂ ଔଷଧ ପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri