Posted inଜାତୀୟ

ଦରଦାମ ବୃଦ୍ଧି ଆକାଶଛୁଆଁ, ମୋଦିଙ୍କ ଭାବମୂର୍ତ୍ତି ବଞ୍ଚାଇବା-ପୁଞ୍ଜିପତିଙ୍କୁ ଉପକୃତ କରିବା ପାଲଟିଛି ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: କଂଗ୍ରେସ…

ନୂଆଦିଲ୍ଲୀ,୨୨।୮ : ଦେଶରେ ଅତ୍ୟାବଶ୍ୟକ ଦ୍ରବ୍ୟର ଆକାଶଛୁଆଁ ମୂଲ୍ୟ ନେଇ କଂଗ୍ରେସ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛି। କଂଗ୍ରେସ ଅଭିଯୋଗ କରିଛି ସରକାରଙ୍କ ସମ୍ପୂର୍ଣ୍ଣ ଧ୍ୟାନ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାବମୂର୍ତ୍ତିକୁ ବଞ୍ଚାଇବା ଏବଂ ଏହାର ପୁଞ୍ଜିପତି ବନ୍ଧୁମାନଙ୍କୁ ଉପକୃତ କରିବା।

କଂଗ୍ରେସ ମହାସଚିବ ତଥା ରାଜ୍ୟସଭା ଏମପି ଜୟରାମ ରମେଶ କହିଛନ୍ତି ମୋଦି ସରକାରଙ୍କ ଲୋକ ବିରୋଧୀ ନୀତି ଯୋଗୁଁ ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି। ସେ ଏକ୍ସ (ଟୁଇଟର) ରେ ଏକ ପୋଷ୍ଟରେ ଦର୍ଶାଇଛନ୍ତି ପନିପରିବା, ଅଟା, ଚାଉଳ, ଡାଲି ସମେତ ସମସ୍ତ ଜରୁରୀ ଦ୍ରବ୍ୟର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଦେଢ଼ମାସ ମଧ୍ୟରେଅତ୍ୟାବଶ୍ୟକ ଦ୍ରବ୍ୟ ୨୮ ପ୍ରତିଶତ ମହଙ୍ଗା ହୋଇଛି। ଦୈନିକ ରୋଷେଇ ଖର୍ଚ୍ଚ ୧୦୦ ଟଙ୍କା ବୃଦ୍ଧି ପାଇଛି।

ଗୋଟିଏ ପଟେ ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି ଏବଂ ଅନ୍ୟପଟେ କୃଷକମାନେ ସେମାନଙ୍କ ଉତ୍ପାଦ ପାଇଁ ଉପଯୁକ୍ତ ମୂଲ୍ୟ ପାଉନାହାଁନ୍ତି। ଏମଏସପିର ପ୍ରତିଶ୍ରୁତି ଆଜି ପର୍ଯ୍ୟନ୍ତ ପୂରଣ ହୋଇ ନାହିଁ। କୃଷକମାନେ କମ ମୂଲ୍ୟରେ ଶସ୍ୟ ବିକ୍ରୟ କରିବାକୁ ବାଧ୍ୟ ହେଉଛନ୍ତି, କିନ୍ତୁ କୃଷିଜାତ ଦ୍ରବ୍ୟ ପୁଞ୍ଜିପତିଙ୍କ ଗୋଦାମରେ ପହଞ୍ଚିବା ମାତ୍ରେ ସେଗୁଡ଼ିକର ମୂଲ୍ୟ ହଠାତ ବୃଦ୍ଧି ପାଇବାରେ ଲାଗିଛି।

ପିଆଜ ଉପରେ ରପ୍ତାନି ଶୁଳ୍କ ୪୦ ପ୍ରତିଶତ ବୃଦ୍ଧି ହେତୁ ନାଶିକରେ ଏସିଆର ସବୁଠୁ ବଡ ପିଆଜ ବଜାର ବନ୍ଦ ରହିଛି। ଏହା ଦ୍ୱାରା ଜନସାଧାରଣ ଅସୁବିଧାରେ ପଡୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?