ବନ୍ଦର, ପେଟ୍ରୋକେମିକାଲ୍ସ ପ୍ଲାଣ୍ଟକୁ ବିରୋଧ

ବାଲିଆପାଳ,୮।୬(ସ୍ବ.ପ୍ର.): ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦର ଓ ପେଟ୍ରୋକେମିକାଲ୍ସ ପ୍ଲାଣ୍ଟ ବିରୋଧରେ ଜନଅସନ୍ତୋଷ ଦିନକୁ ଦିନ ତେଜିବାରେ ଲାଗିଛି। ଉପକୂଳ ଭିଟାମାଟି ସୁରକ୍ଷା କମିଟି ଆହ୍ବାନରେ ମଙ୍ଗଳବାର ଦକ୍ଷିଣ ବାଲିଆପାଳର ବେତାଗଡ଼ିଆ ପଞ୍ଚାୟତ ନହରା ଛକରେ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଥିଲା। ୩ ହଜାରରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ସମାବେଶରେ ଯୋଗଦେଇ ଭିଟାମାଟିକୁ ସୁରକ୍ଷା କରିବା ପାଇଁ ଶେଷ ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବେ ବୋଲି ଶପଥ ନେଇଥିଲେ। ଉପକୂଳ ଭିଟାମାଟି ସୁରକ୍ଷା କମିଟି ଆବାହକ ଅରୁଣ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଶିଷ୍ଟ ସାମାଜିକ କର୍ମୀ ତଥା ନର୍ମଦା ବଞ୍ଚାଅ ଆନ୍ଦୋଳନ ନେତ୍ରୀ ଏବଂ ଜନ ଆନ୍ଦୋଳନ ସମୂହର ରାଷ୍ଟ୍ରୀୟ ସମନ୍ବୟ କମିଟି ଅଧ୍ୟକ୍ଷା ମେଧା ପାଟେକର ଯୋଗଦେଇ ବକ୍ତବ୍ୟରେ କହିଥିଲେ ଏକତା ହିଁ ବଳ। ଆମେ ଏକ ହୋଇ ଲଢ଼ିବା। ଆମ ଭିଟାମାଟିକୁ ବଞ୍ଚାଇବା। ଏଇ ଲଢ଼େଇ ଆମ ସମସ୍ତଙ୍କର ଲଢ଼େଇ। ହମ୍‌ ଲଢ଼େଙ୍ଗେ ହମ୍‌ ଜିତେଙ୍ଗେ ବୋଲି ନାରା ଦେଇଥିଲେ। ବିଶିଷ୍ଟ ପରିବେଶବିତ୍‌ ତଥା ଗ୍ରୀନ୍‌ ନୋବେଲ ବିଜେତା ପ୍ରଫୁଲ୍ଲ ସାମନ୍ତରା, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ, ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ, ବାଲେଶ୍ୱର କଂଗ୍ରେସ କମିଟି ସଭାପତି ସଞ୍ଜୀବ ଗିରି, ଆଇନଜୀବୀ ଜୟନ୍ତ ଦାସ, ଓଡ଼ିଶା ସମାଜବାଦୀ ପାର୍ଟିର ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, କଂଗ୍ରେସ ରାଜ୍ୟ ପ୍ରବକ୍ତା ସୁଦର୍ଶନ ଦାସ, ଆମ୍‌ ଆଦମୀ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର, ଓଡ଼ିଶା ଏଆଇଏସ୍‌ଏଫ୍‌ର ସଭାପତି ସଂଘମିତ୍ରା ଜେନା, ବାଲିଆପାଳ ବ୍ଲକ ପୂର୍ବତନ ଅଧ୍ୟକ୍ଷ ବିଜନ କୁମାର ନାୟକ, ବାଲିଆପାଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ରଞ୍ଜିତା ନାୟକ, ଉପାଧ୍ୟକ୍ଷ ରାଜେଶ ଚୌଧୁରୀ, ୨୪ନଂ. ଜିଲା ପରିଷଦ ଜୋନ ସଦସ୍ୟ ବାବାଜୀ ଦେହୁରୀଙ୍କ ସମେତ ବହୁ କଂଗ୍ରେସ କର୍ମୀ ଏବଂ ଭିଟାମାଟି ସୁରକ୍ଷା କମିଟିର ସକ୍ରିୟ ସଂଗ୍ରାମୀ ସଦସ୍ୟ ଉପସ୍ଥିତ ରହି ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri